ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାଁ ମଧ୍ୟ ରହିଛି । ପ୍ରଧାନମନ୍ତ୍ରୀ ମୋଦି ଓ ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ଏକାଧିକ କେନ୍ଦ୍ରମନ୍ତ୍ରୀ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି । ତାଲିକାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ, ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ ପ୍ରମୁଖ ରହିଛନ୍ତି । ସୂଚନା ଅନୁଯାୟୀ, ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଏବଂ ଫେବୃଆରୀ ୮ରେ ଭୋଟ୍ ଗଣନାର ଫଳାଫଳ ଘୋଷଣା କରାଯିବ । Post navigation ତୁଟିଲା ସେବାୟତ ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) – ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି