ଆହୁରି ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା । ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି (ଏନଇପି) – ୨୦୨୦ । ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ବୁଧବାର ଦିନ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍ ପ୍ରସ୍ତୁତି କରାଯିବ । ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଏହି ନୂଆ ଶିକ୍ଷା ଲାଗୁ ହେବ। ଏନେଇ ଖୁବଶୀଘ୍ର ଆସିବ ମାର୍ଗଦର୍ଶିକା । Post navigation ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି