ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି । ଏହା ମଧ୍ୟରେ ୧୫୪୨ ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି । ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା Seed Money ଦିଆଯିବ । ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା ନବଗଠିତ ୧୫୪୨ ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । Post navigation ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି ଯବାନ ମାନଙ୍କ ସ୍ୱତନ୍ତ୍ର ଭତ୍ତା ବଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ