ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜିର କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ରାଜ୍ୟର ସବୁ ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ଏଥିପାଇଁ ରାଜ୍ୟ ସରକାର ୧୨ ହଜାର କୋଟି ଟଙ୍କା ବ୍ୟୟ କରିବେ । ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର । ଅନୁସୂଚିତ ଜାତି, ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ । ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବେ ସରକାର । ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବେ । ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍ରେ ରିହାତି ଦିଆଯିବ । ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବାପାଇଁ ଆଜି କ୍ୟାବିନେଟ୍ରେ ପ୍ରସ୍ତାବ ପାରିତ ହୋଇଛି । କ୍ୟାବିନେଟ୍ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ । ପ୍ରଥମ ବର୍ଷ ବଜେଟ୍ରେ ୧ ହଜାର କୋଟି ଟଙ୍କା ଥିଲା -ପରବର୍ତ୍ତୀ ବର୍ଷମାନଙ୍କରେ ଆବଶ୍ୟକତା ଦେଖି ବ୍ୟୟ ବରାଦ ବଢ଼ିବ ଓଡ଼ିଶା ଡାକ୍ତରୀ ସ୍ୱାସ୍ଥ୍ୟ ସେବା-୨୦୧୭ ଆଇନ ସଂଶୋଧନକୁ ମଞ୍ଜୁରୀ ମିଳିଛି । ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ହୋଇଛି ଏହାଦ୍ୱାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ । ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ଆଦର୍ଶ ବିଦ୍ୟାଳୟ ନାମିତ କରାଯିବ । Post navigation ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି