ସଂସଦର ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ୨୮ରେ ବସିବ ବିଜେଡି ବୈଠକ । ସଂସଦର ବଜେଟ ଅଧିବେସନ ଆସନ୍ତା ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୮ ତାରିଖରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି । ଏଥର ରାଜ୍ୟସଭାରେ ବିଜେଡି କି ପ୍ରକାରର ଭୂମିକା ନେବ ସେନେଇ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।

ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା । ସଂସଦରେ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଜେଡି ସାଂସଦମାନେ ଉତଥାପନ କରିବେ, ସେ ସଂପର୍କରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏକ ଦେଶ ଏକ ନିର୍ବାଚନ ନେଇ ଦଳ ଆଭିମୁଖ୍ୟ ଉପରେ ଆଲୋଚନା ହେବ । ଏକ ଦେଶ ଏକ ନିର୍ବାଚନ ସଂପର୍କିତ ଜେପିସିର ସଦସ୍ୟ ଅଛନ୍ତି ସାଂସଦ ମାନସ ମଙ୍ଗରାଜ ।

Leave a Reply

Your email address will not be published. Required fields are marked *