ରଥ ନିର୍ମାଣ ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲା ବନାଞ୍ଚଳରୁ ପ୍ରଥମ ପର୍ଯ୍ୟାୟ ରଥକାଠ ତିନୋଟି ଟ୍ରକରେ ବାହାରି ଆଜି ପୁରୀରେ ପହଞ୍ଚିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ହୋଇଥାଏ । ଫେବୃଆରୀ ୨ ତାରିଖ ଶ୍ରୀପଞ୍ଚମୀ ଦିନ ବିଧି ଅନୁଯାୟୀ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥ ନିର୍ମାଣ ପାଇଁ ତିନୋଟି ରଥ କାଠ ପୂଜା କରାଯିବ । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପୁରୀରେ ପହଞ୍ଚିବ । ସମସ୍ତ ରଥକାଠ ପହଞ୍ଚିବା ପରେ ଅକ୍ଷୟ ତୃତୀୟା ଦିନ ଠାରୁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ । Post navigation ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ପ୍ରଥମ ଦିନରେ ୫୪ଟି ଏମଓୟୁ ସ୍ୱାକ୍ଷର ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡି ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ