ଫେବ୍ରୁଆରି ୮ ତାରିଖରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଆସନ୍ତା ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । କୌଣସି ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଫେବୃଆରୀ ୮ ରେ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା । ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯେତେସଂଖ୍ୟକ ମହିଳାଙ୍କୁ ସମ୍ଭବ ଦିଆଯିବ। ଓଡ଼ିଶା ସରକାର ଟଙ୍କା ଦେବାରେ ହେଳା କରିବେ ନାହିଁ। ସେ ଆଉ ମଧ୍ୟ କହିଛନ୍ତି ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ । ଚଳିତ ବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । ଏହା ସହ ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ଏଯାଏ ୮୦ ଲକ୍ଷମହିଳାଙ୍କ ବ୍ୟାଙ୍କ ଏକାଉଣ୍ଟକୁ ସୁଭଦ୍ରା ଟଙ୍କା ଯାଇସାରିଛି। Post navigation ସିବିଆଇ ଫାଶରେ ଜ୍ୟୋତି ବିହାର ପ୍ରଫେସର ଅନଲାଇନ୍ ବେଟିଂ ଗେମ୍ରେ ପୋଲିସର ଚଢ଼ାଉ; ୫ ଗିରଫ