‏ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର ସୂଚନା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରେ ପହଞ୍ଚି ସେ ସୁଶାନ୍ତଙ୍କୁ ଭେଟିଛନ୍ତି।

ଏହା ପୂର୍ବରୁ ଗତକାଲି ଫୋନ ଜରିଆରେ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଥିଲେ ନବୀନ।

ସୂଚନା ଯୋଗ୍ୟ; ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ବାସଭବନକୁ ଫେରିଥିଲେ। କିନ୍ତୁ ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ପ୍ରଥମେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଏହା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Leave a Reply

Your email address will not be published. Required fields are marked *