ଆସନ୍ତାକାଲି ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଏହି ଟଙ୍କା ପ୍ରଦାନ କରାଯିବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି କହିଛନ୍ତି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ଯମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ । ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା । ସେମାନଙ୍କ ମଧ୍ୟରୁ ୫୯ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ଯେପରି ଜଣେ ବି ଯୋଗ୍ଯ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବାଦ ପଡିବେନି ସେନେଇ ଗୁରୁତ୍ବ ଦିଆଯାଉଛି । ଆଜି ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ପ୍ରଭାତୀ ପରିଡ଼ା ଏହା କହିଛନ୍ତି । Post navigation ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବାରବାଟୀ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ କଳାବଜାରୀ; ୫ ଜଣଙ୍କୁ ଅଟକ ରଖିଲା ପୋଲିସ