Odisha cm reviews work of housing and urban development dpt

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରି ଯୋଜନାଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ଗ୍ରେଟର ଭୁବନେଶ୍ୱର ପାଇଁ ଟ୍ୱିନ ସିଟି-ଭୁବନେଶ୍ୱର ଓ କଟକ, ପୁରୀ ଓ ପାରାଦୀପକୁ ନେଇ ଅର୍ଥନୈତିକ ଅଞ୍ଚଳ ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର ।

୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି । ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟ ମାନଙ୍କୁ ଯାଇ, ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ ଏବଂ ମେଟ୍ରୋ ରେଳ ଚଳାଚଳ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟର ସହରାଞ୍ଚଳ ବିକାଶ ପାଇଁ ଏକ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

Odisha cm reviews work of housing and urban development dpt

By Nirvay

Leave a Reply

Your email address will not be published. Required fields are marked *