ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଆଜି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ପାର୍ଥିବ ଶରୀରକୁ ଅଯୋଧ୍ୟା ପଠାଯାଇଛି, ଯେଉଁଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି। ଏସ୍ଜିପିଜିଆଇ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, ସତ୍ୟେନ୍ଦ୍ର ଦାସଙ୍କୁ ଷ୍ଟ୍ରୋକ୍ ହୋଇଛି। ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ଏବେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଛି। ପିଜିଆଇ ପ୍ରଶାସନଅଧିକାରୀ ପିଆରଓ ସୂଚନା ଦେଇଛନ୍ତି ଯେ ସକାଳେ ପିଜିଆଇରେ ତାଙ୍କର ପରଲୋକ ଘଟିଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଚାର୍ଯ୍ୟ ସତ୍ୟେନ୍ଦ୍ର ନାଥଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି । ସେ ନିଜ ସୋସିଆଲ ମିଡିଆ ସାଇଟ୍ ‘ଏକ୍ସ’ରେ ଲେଖିଛନ୍ତି ଶ୍ରୀରାମ ଜନ୍ମଭୂମି ମନ୍ଦିର, ଶ୍ରୀ ଅଯୋଧ୍ୟା ଧାମର ମୁଖ୍ୟ ପୂଜକ, ସର୍ବୋଚ୍ଚ ଭକ୍ତ ଆଚାର୍ଯ୍ୟ ସତ୍ୟେନ୍ଦ୍ର କୁମାର ଦାସ ମହାରାଜଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ଏବଂ ସାମାଜିକ ଏବଂ ଆଧ୍ୟାତ୍ମିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ମୁଁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି! ମୁଁ ଭଗବାନ ଶ୍ରୀରାମଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଦିବଂଗତ ଆତ୍ମାକୁ ତାଙ୍କ ଚରଣରେ ସ୍ଥାନ ଦିଅନ୍ତୁ ଏବଂ ଦୁଃଖୀ ଶିଷ୍ୟ ଏବଂ ଅନୁଗାମୀମାନଙ୍କୁ ଏହି ଅସୀମ ଦୁଃଖ ସହିବାର ଶକ୍ତି ଦିଅନ୍ତୁ। Post navigation ଚାମ୍ପିଅନ୍ସ ଟ୍ରଫିରୁ ବାଦ୍ ପଡିଲେ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍ରେ ପଢ଼ିବେ ବିଧାୟକ