ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ। ରାଜ୍ୟର ୩୧୩୩ ଟି ସେଣ୍ଟରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ।  ସକାଳ ୯ ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ପ୍ରଥମ ଦିନରେ ଆରମ୍ଭ ହୋଇଛି ପ୍ରଥମ ଭାଷା ପରୀକ୍ଷା । ଏଥିପାଇଁ ପରୀକ୍ଷାର୍ଥୀମାନଙ୍କୁ ସକାଳ ସାଢ଼େ ୭ ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ ପାଇଁ ନିର୍ଦେଶ ଦିଆଯାଇଥିଲା।

ସେହିପରି କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାଡ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୯୦ ଟି ସ୍କ୍ୱାଡ ନିୟୋଜିତ ହୋଇଛନ୍ତି। ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି। ଯେଉଁ ଦିନ ଯେଉଁ ବିଷୟ ପରୀକ୍ଷା ଥିବ ସେଦିନ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ସାଢ଼େ ୭ ରୁ ସାଢ଼େ ୮ ମଧ୍ୟରେ ପହଞ୍ଚିବ। ୩୧୪ ନୋଡାଲ ସେଣ୍ଟର ଓ ୩୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ ଦେଖିବା ପାଇଁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି ସେଣ୍ଟ୍ରାଲ କମାଣ୍ଡ କଣ୍ଟ୍ରୋଲ ରୁମ କରାଯାଇଛି। ଏହାସହିତ ପ୍ରତି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।

ଅନ୍ୟପଟେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ।  ସେ ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କହିଛନ୍ତି ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବର ସହ ପରୀକ୍ଷା ଦିଅ । ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେଇ ଉତ୍ତମ ପ୍ରଦର୍ଶନ କର ।

 

Leave a Reply

Your email address will not be published. Required fields are marked *