କିଟ୍ ପ୍ରସଙ୍ଗରେ ଆଜି ବିଧାନସଭା ଗୃହରେ ହେବ ଶୁଣାଣି । ଅପରାହ୍ନ ୩ଟାରେ ଶୁଣାଣି କରାଯିବ ବୋଲି ସୂଚନା ମିଳିଛି। ଗୃହରେ ମୁଲବତୀ ପ୍ରସ୍ତାବ ବେଳେ ଏନେଇ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । କିଟ୍ ପ୍ରସଙ୍ଗରେ ତଦନ୍ତ ପାଇଁ ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ପାଇଁ ୩ଟି କମିଟି ଗଠନ କରିଥିଲେ ରାଜ୍ୟ ସରକାର । ଏହି ଟିମରେ ସାମିଲ ଥିବା ୮ ଜଣ ଅଧିକାରୀ ଶୁଣାଣି ବେଳେ ଆଜି ଗୃହରେ ଉପସ୍ଥିତ ରହିବା ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଅନ୍ୟପଟେ ଏହି ଘଟଣାରେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତଙ୍କୁ ହାଜର ହେବା ପାଇଁ ରାଜ୍ୟ ସରକାରଙ୍କ ହାଇଲେବୁଲ କମିଟି ନିର୍ଦ୍ଦେଶ ଦେଇଛନ୍ତି । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ହାଇଲେବୁଲ୍ କମିଟି ଆଗରେ ହାଜର ପାଇଁ ନିର୍ଦ୍ଦେଶ ହୋଇଛି। ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି । Post navigation ଆସନ୍ତାକାଲିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ ତାରା