ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁସାରେ, ଆଜି ଦିନ ୧୧.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର । ଏହା ପରେ ଭୁବନେଶ୍ୱରସ୍ଥିତ ବାସଭବନକୁ ଆସିବ ମରଶରୀର । ଶେଷ ଦର୍ଶନ ପାଇଁ ସେଠାରେ ୩ରୁ ୪ ଘଣ୍ଟା ରହିବ । ୨୦ ଦିନ ଜୀବନ ମୃତ୍ୟୁ ସହ ସଂଘର୍ଷ କରିବା ପରେ ଗୁରୁବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଅଭିନେତା । Post navigation ପରଲୋକରେ ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି ଉଦ୍ଘାଟିତ ହେଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ