ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି । ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ । ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ । ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ। Post navigation ଅନ୍ୟର ଜୀବନ ବଞ୍ଚାଇ ଅମର ହୋଇଗଲା ୧୬ ମାସର ଶିଶୁ ଜନ୍ମେଶ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିବେ ଆଇପିଏସ୍ ସୁଶାନ୍ତ ନାଥ