ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା । ଆଜି ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ଦିନ ୧୦.୪୭ରେ ଗୃହ ପ୍ରବେଶ କଲେ ମୋହନ ଚରଣ ମାଝୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି । ପୂର୍ବରୁ ଗାନ୍ଧି ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ ।

ପୁରୀରୁ ୧୧ ଜଣ ବ୍ରାହ୍ମଣ ଆସି ଏହି ପୂଜା କରିଥିବା ଜଣାପଡ଼ିଛି । ୨ ମହଲା ବିଶିଷ୍ଟ ମୁଖ୍ୟମନ୍ତ୍ରୀଙ୍କ କ୍ୱାଟର୍ସରେ ଏକାଧିକ ସମ୍ମିଳନୀ କକ୍ଷ ସାଙ୍ଗକୁ ୱାଚ ଟାୱାର ରହିଛି । ଘର ଆଗରେ ବଡ଼ ବଗିଚା ରହିଛି ।

Leave a Reply

Your email address will not be published. Required fields are marked *