ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ ସମ୍ପନ୍ନ ।

ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ଯେ ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ। ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ସମବେଦନା ଜଣାଇଛନ୍ତି।

ସୂଚନା ଯୋଗ୍ୟ; ୯୦ ବର୍ଷ ବୟସରେ ରମାକାନ୍ତ ରଥଙ୍କ ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।

Leave a Reply

Your email address will not be published. Required fields are marked *