ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ପଶିଲା କ୍ରାଇମବ୍ରାଞ୍ଚ ଟିମ୍ । ସକାଳୁ ସକାଳୁ ନବ ଦାସଙ୍କ ଝାରସୁଗୁଡ଼ା ଘରେ କ୍ରାଇମବ୍ରାଞ୍ଚ ଟିମ୍। ନବଙ୍କ ହତ୍ୟା ମାମଲାରେ ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚି ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରୁଥିବା ଜଣାଯାଇଛି ।

ଅତିରିକ୍ତ ଏସପିଙ୍କ ନିର୍ଦ୍ଦେଶରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ନବ ଦାସଙ୍କ ଝାରସୁଗୁଡ଼ା ସରବାହାଲ ସ୍ଥିତ ଘରେ ପହଞ୍ଚିଛନ୍ତି।  ନବଙ୍କ ହତ୍ୟା ନେଇ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛନ୍ତି।

ସୂଚନା ଯୋଗ୍ୟ;  ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ କିଛି ମାସ ତଳେ ନବ ଦାସଙ୍କ ପୁଅ ଓ ଝିଅ ସିବିଆଇ ତଦନ୍ତ ଚାହୁଁଥିବା ଗଣମାଧ୍ୟମରେ କହିଥିଲେ। ଏହାପରେ ସିବିଆଇ ତଦନ୍ତ ପାଇଁ ଲିଖିତ ଦାବି କରିବାକୁ କହିଥିଲେ ଆଇନମନ୍ତ୍ରୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇ-ମେଲ୍ କରିଛନ୍ତି ନବଙ୍କ ପତ୍ନୀ ମିନତୀ ଦାସ । ଇ-ମେଲ୍‌ରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ପାଇଁ ସମୟ ମାଗିଛନ୍ତି । ଗତ ୧୧ ତାରିଖରେ ମିନତୀ ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାକୁ ଇ-ମେଲ୍ ସହ ଏକ ଚିଠି କରିଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *