ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ। ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କଣ କରିବେ, କଟକ ଯିବା ଦରକାର । ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି । ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ ।କେଉଁଠୁ କେଉଁ ପର୍ଯ୍ୟନ୍ତ ଗଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ସେ ନେଇ କମିଟି ତର୍ଜମା କରୁଛି । କମିଟି ଅନୁଧ୍ୟାନ କରୁଛି ଏବଂ ଏହାର ପରିଧିକୁ ବିସ୍ତୃତ କରାଯିବ ଏବଂ ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ । ଇଏ ଲୋକଙ୍କ ସରକାର । ଲୋକଙ୍କର ଯାହା ଆବଶ୍ୟକତା ତାହା କରାଯିବ ।

ସେ ଆଉ ମଧୁ କହିଛନ୍ତି ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ଖୁବ ଶୀଘ୍ର ହେବ ନୂଆ DPR । ମେଟ୍ରୋ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପ ବଦ୍ଧ । ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତା ତିନିଥାକିଆ ହେବ । ଉପରେ ମେଟ୍ରୋ ଓ ତଳେ ଗାଡି ଯାତାୟତ କରିବ । ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି । ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।

Leave a Reply

Your email address will not be published. Required fields are marked *