ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ। ରାସନକାର୍ଡ ଓ ଇନ୍‌କମରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ଅସୁବିଧା ଭୋଗୁଛନ୍ତି ।

ସେ କହିଛନ୍ତି ପ୍ରଥମ କିସ୍ତି ପାଇଛନ୍ତି, ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି । କିଏ ଗାଡ଼ି କିଣିଛନ୍ତି ତ କିଏ ୫ ଏକର ଜମି ନ ଥାଇ ଅଧିକ ଧାନ ମଣ୍ଡିରେ ଦେଇଛନ୍ତି । ଏହି କାରଣରୁ ୧ ଲକ୍ଷ ମହିଳାଙ୍କ ରିଭ୍ୟୁ ଚାଲିଛି। ଏନେଇ ମାର୍ଚ୍ଚ ୩୧ ପରେ ୱାନ୍‌ ଟୁ ୱାନ୍‌ ସର୍ଭେ କରାଯିବ। ସର୍ଭେ ହେବା ସହ ଯୋଗ୍ୟ ବିବେଚିତ ହେଲେ ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ଵିତୀୟ କିସ୍ତି । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯେଉଁମାନଙ୍କୁ ୨୧ ହେଉଥିବା ଆବେଦନ କରିପାରିବେ ।

Leave a Reply

Your email address will not be published. Required fields are marked *