ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ । ଆଜି ଗୃହରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନା’ରେ କେତେ ଜଣ ହିତାଧିକାରୀ ଏପର୍ଯ୍ୟନ୍ତ ସୁବିଧା ପାଇଛନ୍ତି ଓ କେତେଜଣ ଏଥିପାଇଁ ପଞ୍ଜୀକରଣ କରିଛନ୍ତି ?

ଏହାର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଛନ୍ତି ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି । ବର୍ତ୍ତମାନ ସୁଦ୍ଧା ଏଥିପାଇଁ ୯୩ ହଜାର ୩୬୭ ଜଣ ଲୋକ ପଞ୍ଜୀକରଣ କରିସାରିଛନ୍ତି । ସେମାନଙ୍କ ଭିତରୁ ୨୭୪୦ ଜଣ ହିତାଧିକାରୀ ଏହାର ସୁବିଧା ମଧ୍ୟ ପାଇଛନ୍ତି ।

Leave a Reply

Your email address will not be published. Required fields are marked *