Morning schools in the odisha from tomorrow
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
 
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ନିଆ ଯାଇଛି ।
 
ପୂର୍ବରୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ସମୟ ପରିବର୍ତ୍ତନ କରି ସକାଳ ୬ ଟା ୩୦ ରୁ ଦିନ ୧୦ ଟା ୩୦ ମଧ୍ୟରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *