ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ, ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲରେ ଏଭଳି ସୂଚନା ଦେଇଛନ୍ତି । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ତେଣୁ ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୮ ତାରିଖରୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। Post navigation ସିଂହଦ୍ବାର ସାମ୍ନାରେ ସାମ୍ବାଦିକାଙ୍କୁ ସେବାୟତଙ୍କ ଆକ୍ରମଣ; ଥାନାରେ ଏତଲା ନବୀନଙ୍କୁ ଗୃହବନ୍ଦୀ କରି ରଖିଛନ୍ତି ମୁଖ୍ୟ ପରାମର୍ଶଦାତା: ନରସିଂହ ମିଶ୍ର