ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହାଦ୍ବାରା ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ତ୍ରାହି । ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ଏ ନେଇ ଆଜି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଏହା ସହ ରାଜ୍ୟରେ ଲଘୁଚାପର ବିଶେଷ ପ୍ରଭାବ ରହିବନି । ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହି ଲଘୁଚାପ ଆସନ୍ତାକାଲି ଯାଏଁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ପରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । Post navigation କୋଇଲା ଖଣି ଚୋରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୁସୁମ ଟେଟେଙ୍କ ଚିଠି ୱକଫ ବିଲ୍ରେ ବିଜେଡି ଭୋଟିଂ ଘଟଣା; ନବୀନ ସାମ୍ନାକୁ ଆସି ସ୍ପଷ୍ଟ କରିବା ଦରକାର: ପ୍ରଫୁଲ୍ଲ ଘଡ଼ାଇ