ପୁରୀରେ ମହଜୁଦ୍‌ ଥିବା ପୁରୁଣା ବ୍ୟାରିକେଡ୍‌ରେ ଲାଗିଲା ନିଆଁ ।ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୁରୁଣା ବ୍ୟାରିକେଡରେ ଲାଗିଲା ନିଆଁ । ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ ରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଉକ୍ତ ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ଘଟିନାହିଁ। ଏପରିକି ଅଗ୍ନିକାଣ୍ଡ କିପରି ଘଟିଲା ତାହାର କୌଣସି ସୂଚନା ମିଳିନାହିଁ। କିନ୍ତୁ କେହି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି ।

ସୂଚନା ଅନୁସାରେ, ମଙ୍ଗଳବାର ସକାଳେ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛ ପଟରେ ଥିବା ବ୍ୟାରିକେଡରେ ନିଆଁ ଲାଗିଯାଇଥିଲା। ଫଳରେ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ ସମ୍ପୂର୍ଣ୍ଣ ଭାବେ ଜଳି ଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ । କେହି ଦୁର୍ବୁତ୍ତ ଏଭଳି ନିଆଁ ଲଗାଇଥାଇ ପାରନ୍ତି କିମ୍ବା କିଏ ସିଗାରେଟ ଖାଇ ପକାଇ ଦେଇଛି ତାହା ସ୍ପଷ୍ଟ ହୋଇନାହିଁ। ତଦନ୍ତ ପରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହେବ ।

Leave a Reply

Your email address will not be published. Required fields are marked *