ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଚଳଚଞ୍ଚଳ ଗାଁରୁ ସହର । ସବୁ ଓଡ଼ିଆଙ୍କ ମନରେ ଉତ୍ସାହର ମାହୋଲ । ସାରା ରାଜ୍ୟ ଆଜି ଉତ୍ସବ ମୁଖର । ଏହି ଅବସରରେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । ସେ ଲେଖିଛନ୍ତି ଦେଶର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ ବୋଲି କହିଛନ୍ତି ରାଷ୍ଟ୍ରପତି । ମହାମହିମ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ଯ ନିଜ ଏକ୍ସ ମଧ୍ୟରେ ସମସ୍ତ ଓଡିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ । ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ । Post navigation ରାଜ୍ୟବାସୀଙ୍କୁ ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧୬ରୁ +୩ ନାମଲେଖା ଆବେଦନ ଆରମ୍ଭ