ଆଜି ହେଉଛି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ତିରୋଧାନ ଦିବସ । ଏଥିପାଇଁ ବିଭିନ୍ନସ୍ଥାନରେ ଶ୍ରଦ୍ଧାଞ୍ଜଳୀ ସଭାର ଆୟୋଜନ କରାଯାଇଛି । ସାରାରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଏହି ଦିବସ ପାଳନ ହେଉଛି । ବିଜୁ ପଟ୍ଟନାୟକ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର ବିନ୍ଦୁସାଗର କୂଳରେ ବିଜେଡି ପକ୍ଷରୁ ତିଳତର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ସକାଳେ ବିଜେଡ଼ିର ବହୁ ନେତାମାନେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ବିନ୍ଦୁ ସାଗର କୂଳରେ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଛି । ଏହି ଅବସରରେ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ବିଏମସି ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ରୀତିନୀତି ଅନୁଯାୟୀ ତିଳତର୍ପଣ କରିଛନ୍ତି । Post navigation ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ