ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଡବଲ ଇଞ୍ଜିନ ସରକାରରେ ଓଡ଼ିଶାକୁ ମିଳିଲା ଡବଲ ବେନିଫିଟ ।

ବରମୁଣ୍ଡା ପଡ଼ିଆରେ ଆୟୋଜନ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗ ଦେଇ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏଥିରେ ୨୯୦୫କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୩ଟି ଜାତୀୟ ରାଜପଥ, ୪୨୭କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୪ଟି ସିଆର୍‌ଆଇଏଫ୍‌ ବ୍ରିଜ୍‌ର ଶିଳାନ୍ୟା‌ସ ହୋଇଛି । ୧୫୪ କିମି ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ।

Leave a Reply

Your email address will not be published. Required fields are marked *