Renowned journalist Ratikanta Mohanty passes away
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ଘଟିଛି । କିଛି ଦିନ ଧରି ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।
 
ଦୀର୍ଘ ୪ ଦଶନ୍ଧି ଧରି ସେ ସ୍ୱଚ୍ଛ ,ନିରପେକ୍ଷ ଏବଂ ନିର୍ଭୀକତାର ସହ ସାମ୍ବାଦିକତା କରୁଥିଲେ । ରତିକାନ୍ତ ମହାନ୍ତି ଦି ଏସିଆନ୍ ଏଜ୍, ଦିନଲିପି, ସ୍ୱରାଜ୍ୟ ଏବଂ ପର୍ଯ୍ୟବେକ୍ଷକ ଭଳି ଅନେକ ସମ୍ବାଦ ସଂସ୍ଥା ସହିତ କାମ କରିଥିଲେ । ସେ ହିନ୍ଦୁସ୍ଥାନ ସମାଚାର ସହିତ ମଧ୍ୟ ଜଡିତ ଥିଲେ ।
 
ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *