ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବୈସାରନ ଉପତ୍ୟକାର ଉପର ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ ସାଢ଼େ ୨ଟା ସମୟରେ ପହଲଗାମ୍ରେ ଏହି ଆତଙ୍କୀ ଆକ୍ରମଣ ହୋଇଥିବାର ସୂଚନା ମିଳିଛି । ନାମ ପଚାରିବା ପରେ ଆତଙ୍କବାଦୀମାନେ ହିନ୍ଦୁ ପର୍ଯ୍ୟଟକ ମାନଙ୍କ ଉପରକୁ ଗୁଳି କରିଥିବା ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ଯାଉଛନ୍ତି । ମାମଲାର ଗମ୍ଭୀରତାକୁ ବିଚାର କରି ଗୃହମନ୍ତ୍ରୀ ଅମିତ ଶାହ ତୁରନ୍ତ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । Post navigation ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ