କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ଓଡ଼ିଶାରେ ପହଁଚିବ । ଏ ନେଇ ତାଙ୍କ ବଡ଼ଭାଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରଶାସନ ପକ୍ଷରୁ ତାଙ୍କ ମୃତଦେହ ଆଣିବାକୁ ବ୍ୟବସ୍ଥା କରାଯାଇଛି। ଆଜି ଅପରାହ୍ଣ ୨ଟା ୩୫ରେ ତାଙ୍କ ମୃତଦେହ ଶ୍ରୀନଗରରୁ ଦିଲ୍ଲୀ ଆସିବ। ପରେ ରାତି ୯ଟା ୪୫ରେ ଦିଲ୍ଲୀରୁ ଭୁବନେଶ୍ୱର ଅଣାଯିବା ନେଇ ଦିଲ୍ଲୀସ୍ଥିତ ରେସିଡେଣ୍ଟ କମିଶନର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ; ଗତକାଲି କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ । ପର୍ଯ୍ୟଟକ ମାନେ ଏକ ବଜାରରେ ଥିବା ବେଳେ ହଠାତ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ । ପୋଲିସ ଓ ସେନା ୟୁନିଫର୍ମରେ ଆସି ଗୁଳିବର୍ଷା କରିଥିଲେ । ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି । ସେଥିମଧ୍ୟରୁ ଓଡ଼ିଶାର ବାଲେଶ୍ୱର ସଦର ଅଞ୍ଚଳର ପ୍ରଶାନ୍ତ ଶତପଥୀ ନିଜ ପତ୍ନୀ ଓ ପୁଅଙ୍କ ସହ ପହଲଗାମରେ ବୁଲୁଥିବା ବେଳେ ନିଜ ପରିବାର ସାମ୍ନାରେ ପ୍ରଶାନ୍ତଙ୍କୁ ଗୁଳି କରିଥିଲେ ଆତଙ୍କବାଦୀ। ଆଉ ସେଇଠି ଟଳି ପଡିଥିଲେ ପ୍ରଶାନ୍ତ।

ଅନ୍ୟପକ୍ଷରେ କଶ୍ମୀରେ ମୃତକଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ଆଜି ପହଲଗାମର ବିଭିନ୍ନ ମେଡ଼ିକାଲରେ ଚିକିତ୍ସାଧୀନ ଆହତଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *