ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଦୀର୍ଘ ଅଢେଇ ଘଣ୍ଟା ଧରି ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ଚାଲିଥିଲା । ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ସାତଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ସରକାର ଖୁବ୍ ଶୀଘ୍ର ପ୍ରଦାନ କରିବେ ବୋଲି ଜଣାପଡିଛି।

ତେବେ କ୍ୟାବିନେଟ୍‌ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ଆରମ୍ଭ ହୋଇଛି । ଓଡ଼ିଶା ଭିଜନ୍‌ ଡକ୍ୟୁମେଣ୍ଟ ୨୦୩୬ ନେଇ ଆଲୋଚନା ହେଉଥିବାର ଜଣାପଡ଼ିଛି ।  ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତ କରାଯାଇଛି ।

Leave a Reply

Your email address will not be published. Required fields are marked *