ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆଜି ଏହି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ କରିଛି । ଶିମିଳିପାଳ ଏବେ ଭାରତର ୧୦୭ତମ ଏବଂ ୮୪୫.୭୦ ବର୍ଗ କିଲୋମିଟର ବିଶିଷ୍ଟ ଓଡ଼ିଶାର ସର୍ବବୃହତ ଉଦ୍ୟାନ । କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏହି ସୂଚନା ଦେଇଛନ୍ତି । Post navigation ମହାସୁଆର ନିଯୋଗର ଚେତାବନୀ: ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ ହେବେ ବାସନ୍ଦ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବଢ଼ାଇଲେ ରାଜ୍ୟ ସରକାର