ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳତବର୍ଷ ଗଜପତିରେ ପାସ୍ହାର ସର୍ବାଧିକ ଥିବା ବେଳେ କୋରାପୁଟରେ ସର୍ବନିମ୍ନ ରହିଛି ।ଗଜପତି ଜିଲ୍ଲାରେ ପାସ୍ହାର ୯୯.୩୫ ପ୍ରତିଶତ ରହିଛି । ସେହିପରି କୋରାପୁଟରେ ପାସ୍ହାର ସର୍ବନିମ୍ନ ୯୨.୮୩ ପ୍ରତିଶତ ରହିଛି । ଚଳିତ ବର୍ଷ ୫ ଲକ୍ଷ ୨ ହଜାର ୪୧୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୩୨୭୨ଟି ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ । ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ସବୁଥର ପରି ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ପୁଅଙ୍କ ପାସ୍ ହାର ୯୪% ଥିବାବେଳେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ପାସ୍ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ । B2ରେ ୮୪ ହଜାର ୯୭୧, Cରେ ୧ ଲକ୍ଷ ୩୩ ହଜାର ୮୨୨, Dରେ ୧ ଲକ୍ଷ ୪୬ ହଜାର ୧୫୪ ଓ E ଗ୍ରେଡ୍ ୬୭ ହଜାର ୧୩ ଜଣ ପାସ୍ କରିଛନ୍ତି । ମାଟ୍ରିକ ରେଜଲ୍ଟ: ୯୪.୯୩% ପାସ୍ Post navigation ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ