ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ । ଜଟଣୀରେ ଫରେନ୍‌ସିକ୍‌ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ ।

ଏହାପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ ଅମିତ ଶାହ ।  ୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ ।

ଅନ୍ୟପଟେ ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *