Odisha CM writes to Mamata Banerjee over Jagannath Dham row
ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ।
 
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ ଏହା କେବଳ ଓଡ଼ିଶାବାସୀଙ୍କ ପାଇଁ ନୁହେଁ ବରଂ ସାରା ଦେଶ ତଥା ବିଶ୍ୱର ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଅତୁଳନୀୟ ଧାର୍ମିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ମହତ୍ତ୍ୱ ରଖୁଛି ।
 
ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ ଧାମ ଲେଖାଯିବା ଆଦୌ ଗ୍ରହଣୀୟ ନୁହେଁ । ଏହା ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଜଗନ୍ନାଥ ଧାମକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରିବ । ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖିବାକୁ ମୋହନ ମାଝୀ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ।
 
ପୁରୀରେ ଥିବା ‘ଜଗନ୍ନାଥ ଧାମ’ ପବିତ୍ର ସ୍ଥାନ ଏବଂ ସ୍ଵତନ୍ତ୍ର’ ‘ଅନ୍ୟ କୌଣସି ଠାରେ ‘ଜଗନ୍ନାଥ ଧାମ’ ବ୍ୟବହାର କୋଟି କୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ କୁଠାରଘାତ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
 
 
 

By Nirvay

Leave a Reply

Your email address will not be published. Required fields are marked *