india-pakistan-agreed-to-immediate-ceasefire
ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି ବୋଲି ବୈଦେଶିକ ବ୍ୟାପର ସଚିବ ବିକ୍ରମ ମିଶ୍ରୀ ସୂଚନା ଦେଇଛନ୍ତି ।
 
ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ପାଇଁ ଭାରତ ସହମତି ପ୍ରକାଶ କରିଛି । ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି ପ୍ରକାଶ କରାଯାଇଛି । ଦୁଇ ଦେଶର ଡିଜିଏମଓ ସ୍ତରୀୟ କଥାବାର୍ତ୍ତା ପରେ ସହମତି ପ୍ରକାଶ ପାଇଛି ।
 
ଆମେରିକାର ମଧ୍ୟସ୍ଥତାରେ ଦୀର୍ଘ ସମୟ ଆଲୋଚନା ପରେ ଭାରତ ଓ ପାକିସ୍ତାନ ତୁରନ୍ତ ଅସ୍ତ୍ରବିରତି ପାଇଁ ରାଜି ହୋଇଥିବା ‘ଏକ୍ସ’ରେ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।
 
ସେହିପରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା ଜଣାଇଛନ୍ତି । ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଓ ପାକ୍ ପ୍ରଧାନମନ୍ତ୍ରୀ ସରିଫ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା ହୋଇଥିବା ରୁବିଓ କହିଛନ୍ତ ।

By Nirvay

Leave a Reply

Your email address will not be published. Required fields are marked *