ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ହୋଟେଲ୍ ଗୁଡ଼ିକ ମଧ୍ୟ ଏଥିପ୍ରତି ଦୃଷ୍ଟି ଦେଇ ନିଜ ଅତିଥିଙ୍କୁ ଏଭଳି କାର୍ଯ୍ୟରୁ ବିରତ ରହିବାକୁ ସଚେତନ କରିବାକୁ ଅନୁରୋଧ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ । ମହାପ୍ରଭୁଙ୍କ ଦିବ୍ୟ ମହାପ୍ରସାଦ ଅନ୍ନବ୍ରହ୍ମ ରୂପେ ପୂଜିତ । ଭୂମିରେ ବସି ମହାପ୍ରସାଦ ସେବନର ବିଧି ଅନାଦି କାଳରୁ ରହିଆସିଛି ତେଣୁ ଡାଇନିଂ ଟେବୁଲରେ ମହାପ୍ରସାଦ ସେବନରୁ ବିରତ ରହିବାକୁ ମନ୍ଦିର ପ୍ରଶାସନ ସମସ୍ତଜଗନ୍ନାଥ ପ୍ରେମୀଙ୍କୁ ନିବେଦନ କରିଛନ୍ତି । Post navigation ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ