ଶିକାରୀ ଗୁଳିରେ ମୃତ୍ୟୁ ବରଣ କରିଥିବା ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ଶୁକ୍ରବାର ବିଳମ୍ବିତ ରାତିରେ ତଣ୍ଟିଚିରାଠାରେ ଜଙ୍ଗଲରେ ପେଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । Post navigation କାଲିଠୁ ଯୁକ୍ତ ୨ ନାମଲେଖା ଆବେଦନ କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଆସିଲା ସଅଳ