ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ ଆଜି ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଭେଟି ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିବାସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ଏବଂ ପୁଅର ପାଠପଢ଼ା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି । ସୂଚନା ଯୋଗ୍ୟ, ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମ ଅଞ୍ଚଳରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ । Post navigation ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା