ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ । ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ରାମଗିରି ଥାନା ପରିସଲ ଗାଁର ଲାଦେନ ମିଶାଇ। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ। କିନ୍ତୁ ହଠାତ୍ ଯୁବକ ଜଣକ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଗୁରୁବାର ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି। ଦୈାଡିବା ସମୟରେ ଏମାନେ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆହତମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗର ର ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର। ଅନ୍ୟ ୨ଜଣ ଆହତଙ୍କ ପରିଚୟ ମିଳିପାରିନାହିଁ । Post navigation ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଆକାଶ ଅମ୍ବାନୀ ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ