ବର୍ଷେ ଭିତରେ ୨୦୬ ଶିଳ୍ପକୁ ଅନୁମୋଦନ । ଲୋକସେବା ଭବନରେ ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୫ ବର୍ଷ ଭିତରେ ଯାହା ହୋଇ ନ ଥିଲା, ବର୍ଷକରେ ହୋଇଛି । ଉତ୍କର୍ଷ ଓଡିଶାରେ ୧୩ ଲକ୍ଷ କୋଟି ଟଙ୍କାର ଏମଓୟୁ ହୋଇଥିଲା । ଏମଓୟୁ ପରେ ଗ୍ରାଉଣ୍ଡ ବ୍ରେକିଂରେ ବିଜେପି ସରକାର ସଫଳ ହୋଇଛି । ଖୋର୍ଦ୍ଧାରେ ୬ ହଜାର କୋଟିର ଗ୍ରାଉଣ୍ଡ ବ୍ରେକିଂ ସହ ୩୦ ହଜାର ନିଯୁକ୍ତି ମିଳିବ ।

କଳିଙ୍ଗ ନଗରରେ ଲକ୍ଷାଧିକ କୋଟି ଟଙ୍କାର ୧୪ଟି କମ୍ପାନୀ ପାଇଁ ଶିଳାନ୍ୟାସ ହୋଇଛି । ଢେଙ୍କାନାଳରେ ଶିଳ୍ପ ପାଇଁ ଗ୍ରାଉଣ୍ଡ ବ୍ରେକିଂ ହେଲା । ଗଞ୍ଜାମ ଛତ୍ରପୁର ଠାରେ ୧୨ଟି କମ୍ପାନୀ ସହ ଏମଓୟୁ ସାଇନ୍ ହେଲା  ।  ଉତ୍କର୍ଷ ଓଡିଶାର ୪ ମାସରେ ୪ଟି ସ୍ଥାନରେ ୫୬ ଶିଳ୍ପର ଗ୍ରାଉଣ୍ଡ ବ୍ରେକିଂ ହୋଇଛି । ୧.୭୮ ଲକ୍ଷ କୋଟିର ପୁଞ୍ଜିନିବେଶ ସହ ୧ ଲକ୍ଷ ୧୦ ହଜାର ନିଯୁକ୍ତି ପାଇବେ । ବର୍ଷେ ଭିତରେ ୨୦୬ ଶିଳ୍ପକୁ ଅନୁମୋଦନ । ୫ ବର୍ଷ ଭିତରେ ଯାହା ହୋଇନଥିଲା, ଗୋଟିଏ ବର୍ଷ ଭିତରେ ହୋଇଛି । ଖଣି, ଧାତୁ, କେମିକାଲ, ବସ୍ତ୍ର, ଇଲେକ୍ଟ୍ରୋନିକ୍ସ, ପର୍ଯ୍ୟଟନ ଓ ଟେକ୍ନୋଲୋଜି କ୍ଷେତ୍ରରେ ଶିଳ୍ପ କରିବା ପାଇଁ ଯୋଜନା ରହିଛି । 

ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ୨୦୩୬ ସମୃଦ୍ଧ ଓଡିଶା ପାଇଁ ଭିତ୍ତି ସ୍ଥାପନ ହୋଇଛି । ଓଡ଼ିଶା ପାଇଁ ଭଲ ସମୟ ଆସୁଛି । ଶିଳ୍ପ ଭିତ୍ତିଭୂମି, ରେଳ, ରୋଡ଼ ଭିତ୍ତିଭୂମି, ୩ ବନ୍ଦରର କାପାସିଟି ବୃଦ୍ଧି, ଆଉ ୩ଟି ବନ୍ଦର ବିକଶିତ କରିବା ପାଇଁ ଆଗକୁ ପଦକ୍ଷେପ ନିଆଯିବ । ୫୦୦ ବିଲିୟନ ଡଲାରର ଅର୍ଥନୀତି ହେବ ଓଡିଶା ।

Leave a Reply

Your email address will not be published. Required fields are marked *