ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିବା ବେଳେ ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିବା ବେଳେ ଗିରଫ କରିଛି ପୁଲିସ୍ଏ। ହା ସହ ଘଟଣାସ୍ଥଳକୁ ଯାଇ ଛାନ୍ଭିନ୍ କରିବ ପୋଲିସ । ପୁରୁଷ ବନ୍ଧୁଙ୍କ ସହ ବେଳାଭୂମିକୁ ବୁଲିବାକୁ ଯାଇଥିବା ବେଳେ ଯୁବତୀ ଜଣକ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିବା ପରେ ୧୦ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସୂଚନା ଯୋଗ୍ୟ, ରବିବାର ରଜ ସଂକ୍ରାନ୍ତିରେ ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ। ଏହି ସମୟରେ ପ୍ରାୟ ୧୦ଜଣ ଯୁବକ ସେମାନଙ୍କୁ ଘେରି ଯାଇଥିଲେ । ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ପୀଡିତା ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ । Post navigation ଧର୍ମଶାଳାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ୨ ସପ୍ତାହ ପାଇଁ ବନ୍ଦ ସାନ୍ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ