ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ଜାରି କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *