ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି ବୈଠକରେ ପୋଲିସ,ଏସ୍‌ପିଜି, ଅଗ୍ନିଶମ ବିଭାଗ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଇଛି । ଏହା ସହ ବିମାନବନ୍ଦର, ଜନତା ମୈଦାନର ସୁରକ୍ଷା ଯାଞ୍ଚ ହେବ ।

ସୂଚନା ମୁତାବକ, ରାଜ୍ୟରେ ବିଜେପି ସରକାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ । ଆସନ୍ତା ୨୦ ତାରିଖ ଅପରାହ୍ନ ୩ଟା ୪୦ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ। ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି । ଏହାପରେ ଅପରାହ୍ନ ସାଢେ ୫ଟା ଯାଏଁ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରହିବେ।

Leave a Reply

Your email address will not be published. Required fields are marked *