ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତ୍ୟେକ ଦିନ ରାଜ୍ୟ ସ୍ତରୀୟ ସମୀକ୍ଷା ହେବ । ରୋଗୀଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖାଯାଇଛି । ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ହେବ । ଯେତିକି ପରୀକ୍ଷା ହୋଇଥିଲା ୧୦ ପ୍ରତିଶତ କଲେରା ବାହାରିଛି । ସେ ଆଉ ମଧ୍ୟ କହିଛନ୍ତି ଯେଉଁ ରୋଗୀ ହସ୍ପିଟାଲରେ ଆଡମିଟ୍ ହେଉଛନ୍ତି ତାଙ୍କୁ ୨୪ ଘଣ୍ଟିଆ ନୀରିକ୍ଷଣରେ ରଖିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଡାଇରିଆ ନେଇ ଆଶା, ଅଙ୍ଗନବାଡି ସଚେତନ କରିବା ସହିତ ଗାଁ ଗାଁରେ ମାଇକରେ ପ୍ରଚାର ଚାଲିଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଏହି ପଦକ୍ଷେପ ଜାରି ରହିବ । ସୂଚନା ଯୋଗ୍ୟ; ଆଜି ରାଜ୍ୟରେ ବ୍ୟାପୁଥିବା ଡାଇରିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏବଂ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବି ସାମିଲ ଥିଲେ । ରାଜ୍ୟର ସବୁ ଜିଲ୍ଲାର ଜିଲ୍ଲାପାଳ ବି ଏହି ବୈଠକରେ ସାମିଲ ଥିଲେ । ତେବେ ବୈଠକ ପରେ ସବୁ ଜିଲ୍ଲାକୁ ସର୍ତକ କରାଇଛନ୍ତି ସ୍ୱାସ୍ଥ୍ୟ ସଚିବ । Post navigation ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ ଇରାନ୍ର ସେନାମୁଖ୍ୟ ଅଲ୍ଲି ଶାଦ୍ମାନି ନିହତ !