Half-Day Holiday For Govt Offices In Bhubaneswar Tomorrow
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗସ୍ତ ସମୟରେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।
 
ରାଜସ୍ୱ ଓ ମାଜିଷ୍ଟେରିଆଲ (କାର୍ଯ୍ୟନିର୍ବାହୀ) କୋର୍ଟ ମଧ୍ୟ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
 
ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତାକାଲି ଭୁବନେଶ୍ୱରର ଜନତା ମଇଦାନରେ ରାଜ୍ୟ ସ୍ତରୀୟ ସମାବେଶର ଆୟୋଜନ କରାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *