ଆସନ୍ତାକାଲି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୦ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ଟି ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ବିମାନ ବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ପରେ କଳିଙ୍ଗ ଷ୍ଟାଡିୟମରୁ ବିଶାଳ ରୋଡ ସୋ’ କରିବେ । ପାଖାପାଖି ୨ ଲକ୍ଷ ଲୋକ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରବା କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦି ବୟୋବନ୍ଦନା କାର୍ଡ ଏବଂ ଅନ୍ତ୍ୟୋଦୟ ଘର ବଣ୍ଟନ କରିବାସହ ଲକ୍ଷପତି ଦିଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର ହୋଇଥିବା କହିଛନ୍ତି ସାମଲ । Post navigation ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେପିକୁ ଘେରିଲେ ପ୍ରିୟଙ୍କା ଗାନ୍ଧୀ ଡାଇରିଆ ପାଇଁ ଭଦ୍ରକରେ ୨୧ ଓ ଯାଜପୁରରେ ୨୪ ଯାଏଁ ବନ୍ଦ ବନ୍ଦ ରହିବ ସମସ୍ତ ସ୍କୁଲ