ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗ୍ରୀଷ୍ମ ଅବକାଶ ପରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ଡାଇରିଆ ସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି । ସ୍କୁଲ୍‌ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଯାଜପୁର ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀ ସ୍କୁଲ୍‌ ଆସି ପରିମଳ ବ୍ୟବସ୍ଥା ଉପରେ ନଜର ରଖିବେ । ସ୍କୁଲରେ ଥିବା ପାଣି ଟାଙ୍କିକୁ ସଫା କରିବା ଉପରେ ମଧ୍ୟ ଗୁରୁତ୍ଵ ଦେବେ । କିପରି ପିଲାମାନେ ବିଶୁଦ୍ଧ ପାଣି ପିଇବେ ସେଥିପ୍ରତି ଗୁରୁତ୍ୱ ଦେବେ । ଯେଉଁ ଜଳ ଉତ୍ସର ପିଇବା ପାଣି ଶୁଦ୍ଧ ନୁହେଁ ତାକୁ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଦିନକୁ ଦିନ ଭଦ୍ରକରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଭଦ୍ରକରେ ୨୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ଡାଇରିଆ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *