ରାଜ୍ୟରେ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା । ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପବନ ମଧ୍ୟ ୩୦ରୁ ୪୦କିମି ଘଣ୍ଟା ପ୍ରତି ବହିବାର ଆଶଙ୍କା ରହିଛି ।

ପ୍ରବଳ ବର୍ଷାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜରି ହୋଇଛି। ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଜାରି କରିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ବେଳେ ବାକି ସମସ୍ତ ଜିଲ୍ଲାକୁ ବର୍ଷା ନେଇ ୟେଲେ ଓ୍ବାର୍ଣ୍ଣି ଜାରି ହୋଇଛି ।

ସେହିପରି ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ଆସନ୍ତାକାଲିଠୁ ବଢିବ ବର୍ଷା ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଅନ୍ୟପଟେ ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *